14 Mar 2026, Sat

ଅସୁସ୍ଥ ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଓଲିଉଡ୍‌ର ଲୋକପ୍ରିୟ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି

ଭୁବନେଶ୍ବର : ଲୋକପ୍ରିୟ ଓଲିଉଡ୍‌ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। ସେ ଥଣ୍ଡା, ଜ୍ବରରେ ପୀଡ଼ିତ ହୋଇ କଟକର ସିଡିଏସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଫୁସ୍‌ଫୁସ୍‌ ସଂକ୍ରମଣଜନୀତ ସମସ୍ୟା ପାଇଁ ସେ ଅସୁସ୍ଥ ହୋଇ ପଡ଼ିଥିବା ଡାକ୍ତରମାନେ ପ୍ରାଥମିକ ଭାବେ ସୂଚନା ଦେଇଛନ୍ତି।

ସେ ଆଜି ଅସୁସ୍ଥ ‌ହୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ଅଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଆମେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛୁ।

Leave a Reply

Your email address will not be published. Required fields are marked *