ନୂଆପଡ଼ା: ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ବିଜେପି ପ୍ରାର୍ଥୀ ଦିବଙ୍ଗତ ବିଧାୟକରାଜେନ୍ଦ୍ର ଢୋଲକିଆଙ୍କପୁଅଜୟଢୋଲକିଆ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, କଳାହାଣ୍ଡି ସାଂସଦ ମାଳବିକା ଦେଓ, ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା ପୂର୍ବତନ ଲୋକସଭା ସଦସ୍ୟ ବସନ୍ତ ପଣ୍ଡା ଓ ତାଙ୍କ ପୁତ୍ର ଅଭିନନ୍ଦନ ପଣ୍ଡା ପ୍ରମୁଖଙ୍କ ସମେତ କେତେକ ମନ୍ତ୍ରୀ, ବିଧାୟକ ଓ ନେତାମାନଙ୍କୁ ଶୋଭାଯାତ୍ରାରେ ଦେଖିବାକୁ ମିଳିଥିଲା।
ଖରିଆର ରୋଡର ବାସଭବନରୁ ମାଆଙ୍କଆଶୀର୍ବାଦନେଇନାମାଙ୍କନପାଇଁବାହାରିଥିଲେଜୟଢୋଲକିଆ। ଶୋଭାଯାତ୍ରାରେବାହାରିବାପୂର୍ବରୁଜୟ କହିଛନ୍ତି, ନୂଆପଡ଼ାବାସୀଙ୍କବିକାଶପାଇଁକାମକରିବି।ମୋତେପ୍ରାର୍ଥୀକରିଥିବାରୁବିଜେପିନେତୃତ୍ବଙ୍କୁଧନ୍ୟବାଦଦେଉଛି। ବାପାଙ୍କ ଅଧୁରା ସ୍ୱପ୍ନ ପୂରଣ କରିବା ପାଇଁ ଚେଷ୍ଟା କରିବି।
କ୍ଷମତାକୁ ଆସିଲା ପରେ ବିଜେପି ପ୍ରଥମ ଥର ପାଇଁ ଉପନିର୍ବାଚନର ସାମନା କରୁଥିବାରୁ ଏହା ଦଳ ପାଇଁ ସମ୍ମାନର ପ୍ରଶ୍ନ ହୋଇଯାଇଛି। ନିର୍ବାଚନୀ ରଣନୀତିର ପ୍ରଥମ ପର୍ଯ୍ୟାୟରେ ଦିବଂଗତ ବିଜେଡି ବିଧାୟକଙ୍କ ପୁଅ ଜୟ ଢୋଲକିଆଙ୍କୁ ନିଜ ପକ୍ଷକୁ ଆଣି ପ୍ରାର୍ଥୀ କରାଇବାରେ ଦଳ ସଫଳ ହୋଇଛି।

