7 Mar 2026, Sat

ଦଳ ବିରୋଧୀ କାର୍ଯ୍ୟକଳାପ ଲାଗି ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

ଆଦ୍ୟାଶା ନିଉଜ ଡେସ୍କ  : ଦଳ ବିରୋଧୀ କାର୍ଯ୍ୟକଳାପ ଲାଗି ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ। ମହମ୍ମଦ ମୋକିମ୍ ଚିଠି ଜରିଆରେ ସୋନିଆ ଗାନ୍ଧୀଙ୍କୁ ଯେଉଁ ଆବେଦନ କରିଥି‌ଲେ, ତାହା ଅଗ୍ରାହ୍ୟ ହୋଇଛି। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ପ୍ରସ୍ତାବକ୍ରମେ ଏଆଇସିସି ମହମ୍ମଦ ମୋକିମ୍ ଙ୍କୁ କଂଗ୍ରେସରୁ ବହିଷ୍କାର ଲାଗି ଅନୁମୋଦନ କରିଛି। ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି ମୋକିମ୍। ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ଚିଠି ଜରିଆରେ ସୂଚନା ଦେଇଛନ୍ତି।

Untitled

ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ ମୋକିମ୍ ଲେଖିଥିବା ପାଞ୍ଚ ପୃଷ୍ଠାର ଚିଠିକୁ ନେଇ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ନୂଆଦିଲ୍ଲୀରେ ସେ କହିଛନ୍ତି, ଯେଉଁମାନେ ବିଜେପି ସଂପର୍କରେ ଅଛନ୍ତି, ସେମାନେ ଚାଲିଯିବା ଦରକାର। ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖଡ଼୍‌ଗେ ବହୁ ପରିଶ୍ରମ କରି ଦଳକୁ ଆଗକୁ ନେଉଛନ୍ତି। ତାଙ୍କ ନେତୃତ୍ବ ଉପରେ ପ୍ରଶ୍ନ ଉଠାଇବା ଠିକ୍ ନୁହେଁ।

 

ସୂଚନାଯୋଗ୍ୟ, ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ ମୋକିମ୍ ଲେଖିଥିବା ପାଞ୍ଚ ପୃଷ୍ଠାର ଚିଠିକୁ ଏଆଇସିସିର ଅନେକ ବରିଷ୍ଠ ନେତା ଏହାକୁ ସହଜରେ ହଜମ କରିପାରୁ ନାହାନ୍ତି। ଜୟରାମ ରମେଶ, କେ. ସି. ଭେଣୁଗୋପାଳ, ଅଜୟ ମାକେନ ଓ ଅଭିଷେକ ମନୁ ସିଂଘଭୀଙ୍କ ଭଳି ଏଆଇସିସିର ବରିଷ୍ଠ ନେତାମାନେ ଏହାକୁ ନେଇ କ୍ଷୁବ୍ଧ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି। ନିର୍ଦ୍ଦିଷ୍ଟ ସୂଚନା ଆଧାରରେ ଜଣାପଡ଼ିଛି ଭକ୍ତ ଦାସ ଏହି ପ୍ରସଙ୍ଗରେ କଂଗ୍ରେସ ଦଳର ସଭାପତି ମଲ୍ଲିକାର୍ଜୁନ ଖଡ଼୍‌ଗେ ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହିତ ଆଜି ଆଲୋଚନା କରିଛନ୍ତି। ଏ ସମସ୍ତ ପ୍ରସଙ୍ଗ ଉପରେ ଆଜି କଂଗ୍ରେସ ସଭାପତି ଓ ବିରୋଧୀ ଦଳ ନେତାଙ୍କ କାର୍ଯ୍ୟାଳୟରୁ ସୋନିଆ ଗାନ୍ଧୀଙ୍କ କାର୍ଯ୍ୟାଳୟକୁ ସୌଜନ୍ୟମୂଳକ ଭାବେ ଅବଗତ କରାଯାଇଥିଲା।

Leave a Reply

Your email address will not be published. Required fields are marked *