ଭୁବନେଶ୍ୱର : ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ତିନ ନବୀନ। ସୋମବାର ସକାଳେ କୋର କମିଟି ବୈଠକରେ ଯୋଗଦେବେ, ଅପରାହ୍ନରେ ମନ୍ତ୍ରୀ ଓ ସାଂସଦଙ୍କୁ ମନ୍ତ୍ର ଦେବେ ।
ରବିବାର ନୀତିନ ନବୀନଙ୍କୁ ବିମାନ ବନ୍ଦରରେ ସ୍ବାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତାଙ୍କ ସହ ଦୁଇ ଉପମୁଖ୍ଯମନ୍ତ୍ରୀ ମଧ୍ଯ ଉପସ୍ଥିତ ଥିଲେ । ସେହିପରି ରାଜ୍ୟ ସଭାପତି ମନମୋହନ ସାମଲ ଓ ବରିଷ୍ଠ ନେତୃବୃନ୍ଦ ମଧ୍ୟ ଉପସ୍ଥିତ ଥିଲେ । ରାଜ୍ୟ ବିଜେପିର କୋର୍ କମିଟି’ ବୈଠକରେ ଯୋଗ ଦେବେ। ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ ଥିବାରୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଙ୍କ ଗସ୍ତ ବେଶ୍ ଗୁରୁତ୍ବ ବହନ କରୁଛି। ଜଟଣୀ ସ୍ଥିତ ଆଇଆଇଟି ନିକଟସ୍ଥ ‘ଏଆଇପିଏଚ୍ ’ ବିଶ୍ୱବିଦ୍ୟାଳୟ ପରିସରରେ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ତରଫରୁ ହେବାକୁ ହେବାକୁ ଥିବା ଜିଲ୍ଲାସ୍ତରୀୟ ପଣ୍ଡିତ ଦୀନଦୟାଲ ପ୍ରଶିକ୍ଷଣ ମହାଅଭିଯାନ ଶିବିରର ଉଦ୍ ଘାଟନ କରିବେ। ଦଳର ପଦାଧିକାରୀ ଓ ମନ୍ତ୍ରୀ ମାନଙ୍କ ସହ ମଧ୍ୟ ଆଲୋଚନା କରିବେ ନୀତିନ ।
ସେହିପରି ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରି ମହାପ୍ରସାଦ ସେବନ କରିବା କାର୍ଯ୍ୟକ୍ରମ ରହିଛି। ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ରାଜ୍ୟ ପଦାଧିକାରୀ, ମୋର୍ଚ୍ଚା ସଭାପତି ବୈଠକ ଏବଂ ମନ୍ତ୍ରୀପରିଷଦ ବୈଠକରେ ଯୋଗ ଦେବେ। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡି କରାଯାଇଛି ।

