11 Mar 2026, Wed

ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣା : ଜାତୀୟ ମହିଳା କମିଶନଙ୍କ ହସ୍ତକ୍ଷେପ, ୩ ଦିନରେ ରିପୋର୍ଟ ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର :  ଫକୀରମୋହନ କଲେଜ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣାରେ ଜାତୀୟ ମହିଳା କମିଶନ ହସ୍ତକ୍ଷେପ କରିଛନ୍ତି । ନିଜ ଆଡ଼ୁ ମାମଲା ରୁଜୁ କରିଛନ୍ତି ଜାତୀୟ ମହିଳା କମିଶନ । ଘଟଣାର ଦୃଢ଼ ନିନ୍ଦା କରିବା ସହ କାର୍ଯ୍ୟାନୁଷ୍ଠାନ ପାଇଁ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ଡିଜିଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ୩ ଦିନ ଭିତରେ  କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀ ପ୍ରାଧ୍ୟାପକଙ୍କ ଦ୍ୱାରା ବାରମ୍ବାର ଶାରୀରିକ ଓ ମାନସିକ ନିର୍ଯ୍ୟାତନା ପାଇଁ ଶେଷରେ ଆତ୍ମାହୁତି ଉଦ୍ୟମ କରିଥିଲେ । ଏବେ ସେ ଏମ୍‌ସରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କର ସ୍ୱାସ୍ଥ୍ୟବସ୍ଥା ସଂଙ୍କଟାପନ୍ନ ରହିଛି ଏମ୍ସ ପକ୍ଷରୁ ୮ ଜଣିଆ ଅଭିଜ୍ଞ ଡାକ୍ତରଙ୍କୁ ନେଇ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଗଠନ କରାଯାଇ ଚିକିତ୍ସା କରାଯାଉଛି। ଘଟଣାରେ ଏଫ୍‌ଏମ୍ କଲେଜ ଅଧ୍ୟକ୍ଷ  ଓ ଏଚଓଡିଙ୍କୁ ଉଚ୍ଚଶିକ୍ଷା ବିଭାଗ ନିଲମ୍ବିତ କରିଛି। ଏଥିସହ ପୁଲିସ ଏଚଓଡିଙ୍କୁ ଗିରଫ କରିଛି।

Leave a Reply

Your email address will not be published. Required fields are marked *