6 Dec 2025, Sat

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ରେ ବିଜ୍ଞାନ ଶିକ୍ଷକ ନିଲମ୍ବିତ

ସାଲେପୁର : ସାଲେପୁର ବ୍ଲକ୍ ଅଧିନ ବଣହରା ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକଙ୍କ ବିରୁଦ୍ଧରେ ହୋଇଥିବା ଛାତ୍ରୀ ମାନଙ୍କ ପ୍ରତି ଅସଦାଚରଣ ଅଭିଯୋଗର ତଦନ୍ତ କରି ସମ୍ପୃକ୍ତ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଥିବା  ସାଲେପୁର ବିଇଓ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ ଶନିବାର ଦିନ ସାଲେପୁର ଶିକ୍ଷା ମଣ୍ଡଳ ଅଧିନ ବଣହରା ସରକାରୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ରଞ୍ଜନ ମୋହନ ବେହେରାଙ୍କ ବିରୁଦ୍ଧରେ ଛାତ୍ରୀ ମାନଙ୍କୁ ଅସଦାଚରଣ କରିଥିବା ନେଇ ଅଭିଭାବକ ମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ନିକଟରେ ଅଭିଯୋଗ କରିଥିଲେ । ଏନେଇ  ବିଦ୍ୟାଳୟ ପରିସରରେ କିଛି ସମୟ ପାଇଁ ଉତ୍ତେଜନା ଦେଖିବାକୁ ମିଳିଥିଲା । ଘଟଣାସ୍ଥଳରେ ସାଲେପୁର ପୋଲିସ ପହଞ୍ଚି ଲୋକ ମାନଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏ ବିଷୟରେ ସାଲେପୁର ମଣ୍ଡଳ ଶିକ୍ଷା ଅଧିକାରୀଙ୍କୁ ଜଣାଇଥିଲେ । ଗତକାଲି ସାଲେପୁର ମଣ୍ଡଳ ଶିକ୍ଷା ଅଧିକାରୀ ବଣହରା ସରକାରୀ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ତଦନ୍ତ କରିଥିଲେ । ବିଜ୍ଞାନ ଶିକ୍ଷକ ରଞ୍ଜନ ମୋହନ ବେହେରାଙ୍କୁ ନିଲମ୍ବିତ କରିଥିବା ସାଲେପୁର ମଣ୍ଡଳ ଶିକ୍ଷା ଅଧିକାରୀ ଲକ୍ଷେହୀରା ଲାବଣ୍ୟବତୀ ବେହେରା ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *