8 Dec 2025, Mon

ଆଜିଠୁ ଖୋଲିଲା ଶିମିଳିପାଳ

  ମୟୂରଭଞ୍ଜ :       ମୟୂରଭଞ୍ଜ ଜିଲାରେ ଥିବା ଶିମିଳିପାଳ ପର୍ଯ୍ୟଟକଙ୍କ ସକାଶେ ଆଜିଠୁ ଖୋଲିଛି ।  ଅଭୟାରଣ୍ୟକୁ ଦୁଇଟି ଗେଟ୍ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ । ପିଠାବଟା ଓ କାଳିଆଣି ଫାଟକ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ। ବ୍ୟାଘ୍ର ପ୍ରକଳ୍ପର ମଜା ନେବେ ପର୍ଯ୍ୟଟକ । ସାଧାରଣତଃ ପ୍ରତିବର୍ଷ ନଭେମ୍ବର ଏକ ତାରିଖଠାରୁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯାଇଥାଏ। ହେଲେ ଏଥର ୧୦ ଦିନ ପୂର୍ବରୁ ଅର୍ଥାତ୍ ୧୮ ତାରିଖଠାରୁ ପର୍ଯ୍ୟଟକଙ୍କ ସକାଶେ ଖୋଲିଛି । ଗତ ଜୁଲାଇ ୧ ତାରିଖଠାରୁ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ କରାଯାଇଥିଲା।

ବିଭାଗ ପକ୍ଷରୁ ଜାରି କରାଯାଇଥିବା ନିୟମାବଳୀ ଅନୁଯାୟୀ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକମାନେ ବାରିପଦାର ପିଠାବଟା ଫାଟକ ଏବଂ ଯଶିପୁରର କାଳିଆଣି ଫାଟକ ଦେଇ ପ୍ରବେଶ କରିବେ। ଦୈନିକ ସର୍ବାଧିକ ପ୍ରଥମେ ପହଞ୍ଚିଥିବା ୨୫ଟି ଚାରିଚକିଆ ଯାନ ପିଠାବଟା ତନଖି ଫାଟକ ମଧ୍ୟ ଦେଇ ଏବଂ ପ୍ରଥମ ୩୫ଟି ଚାରିଚକିଆ ଯାନ ଯଶିପୁର କାଳିଆଣି ତନଖି ଫାଟକ ମଧ୍ୟ ଦେଇ ପ୍ରବେଶ ପାଇଁ ଅନୁମତି ଦେବାର ବ୍ୟବସ୍ଥା ରଖାଯାଇଛି।

Leave a Reply

Your email address will not be published. Required fields are marked *