24 May 2026, Sun

ଆଜି ଲଘୁଚାପ : ୨୭ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି(ଶୁକ୍ରବାର) ଦକ୍ଷିଣ-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି ବୋଲି ଭାରତ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

ସମ୍ଭାବ୍ୟ ଲଘୁଚାପ ସାମୁଦ୍ରିକ ଝଡ଼ ରୂପ ନେବ ବୋଲି କିଛି ପାଣିପାଗ ସଂସ୍ଥା ଆକଳନ କରିଥିବାବେଳେ ଭାରତ ପାଣିପାଗ ବିଭାଗ ପକ୍ଷରୁ ସାମୁଦ୍ରିକ ଝଡ଼ ଉପରେ କୌଣସି ସ୍ପଷ୍ଟ ଚିତ୍ର ଜାରି କରାଯାଇ ନାହିଁ। କିନ୍ତୁ ଆସନ୍ତାକାଲି ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପରେ ବର୍ଷା ସହିତ ପବନର ପ୍ରଭାବ ଅଧିକ ପଡ଼ିବ। ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ତୁଳନାରେ ଓଡ଼ିଶା ଉପରେ କମ୍‌ ପ୍ରଭାବ ରହିବ। ତଥାପି ସାରା ରାଜ୍ୟରେ ବଜ୍ରପାତ ସହିତ ଝଡ଼ବର୍ଷା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *