ପୁରୀ : ପଞ୍ଚୁକରେ ଶ୍ରଦ୍ଧାଳୁଙ୍କ ଭିଡ଼ ନିୟନ୍ତ୍ରଣ, ଦର୍ଶନ ଶୃଙ୍ଖଳା ଓ ନିର୍ଦ୍ଧାରିତ ସମୟରେ ମହାପ୍ରସାଦ ବ୍ୟବସ୍ଥା ନିମନ୍ତେ ସଅଳ ନୀତି ଆରମ୍ଭ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ପ୍ରାକ୍ ପ୍ରସ୍ତୁତି କରିଛି । କେବଳ ସିଂହଦ୍ୱାର ଦେଇ ଭକ୍ତମାନେ ପ୍ରବେଶ କରିପାରିବେ। ଏନେଇ ପୁରୀ ଜିଲାପାଳ ସମୀକ୍ଷା ବୈଠକରେ ନିଷ୍ପତ୍ତି ନେଇଛନ୍ତି। ଭକ୍ତମାନେ ସିଂହଦ୍ୱାରରେ ପ୍ରବେଶ କରିବାକୁ ଥିବାବେଳେ ୩ ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି। ଏଥିସହିତ ଅଁଳା ନବମୀରେ ଭୋର୍ ୫ଟାରୁ ରାଧାପାଦ ଦର୍ଶନ କରିବା ପାଇଁ ନିଷ୍ପତ୍ତି ହୋଇଛି। ବିଳମ୍ବିତ ରାତି ଯାଏ ରାଧାପାଦ ଦର୍ଶନ ଜାରି ରହିଛି। ଦର୍ଶନ ପାଇଁ ୧୧ ଲେନ୍ ବିଶିଷ୍ଟ ବ୍ୟାରିକେଡ୍ ର ବ୍ୟବସ୍ଥା କରାଯାଇଛି।

