ନୂଆଦିଲ୍ଲୀ ; ବହୁଚର୍ଚ୍ଚିତ ଉନ୍ନାଓ ଦୁଷ୍କର୍ମ ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ତଥା ପୂର୍ବତନ ବିଧାୟକ କୁଳଦୀପ ସେଙ୍ଗରଙ୍କ ଜାମିନ୍ ଆବେଦନ ଉପରେ ରୋକ ଲାଗିଛି । ହାଇକୋର୍ଟଙ୍କ ଜାମିନ୍ ଆଦେଶ ଉପରେ ସୁପ୍ରିମ୍ ରୋକ ଲାଗିଛି । କୁଳଦୀପ ସେଙ୍ଗରକୁ ମିଳିବନି ଜାମିନ । ଜେଲ୍ ହିଁ ରହିବ । ସିଜେଇ ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କ ଅଧ୍ୟକ୍ଷତାର ଗଠିତ ୩ ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରି ଏହି ରାୟ ଦେଇଛନ୍ତି ।

