ଦେବଗଡ଼: ଦେବଗଡ଼ ଥାନା ଅଞ୍ଚଳର ୫ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା ନେଇ ଦେବଗଡ଼ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଗତକାଲି ରାତିରେ ନାମଯଜ୍ଞ ଦେଖିବାକୁ ଯାଇଥିବାବେଳେ ବାରକୋଟ ଥାନା ବାଲିରୋଇ ଗ୍ରାମର ଉଦିତ ପାତ୍ର ନିଶାସକ୍ତ ଅବସ୍ଥାରେ ଶିଶୁକନ୍ୟାକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।
ଶିଶୁକନ୍ୟା ଚିତ୍କାର କରିବାରୁ ଦୁଷ୍କର୍ମକାରୀକୁ ଗ୍ରାମବାସୀ କାବୁ କରି ମାଡ଼ ମାରିଛନ୍ତି। ଗ୍ରାମବାସୀଙ୍କ ମାଡ଼ରେ ଉଦିତଙ୍କ ମୁଣ୍ଡ ସମେତ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି। ଘଟଣାସ୍ଥଳରୁ ଉଦିତକୁ ଉଦ୍ଧାର କରି ଦେବଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସା ଜାରି ରହିଛି। ପୀଡ଼ିତାଙ୍କ ସ୍ଵାସ୍ଥ୍ୟବସ୍ଥା ଠିକ୍ ଥିବା ଜଣାପଡ଼ିଛି।
ଡାକ୍ତରଖାନାରେ ପୁଲିସ ହେପାଜତରେ ଅଭିଯୁକ୍ତ ରହିଥିବା ବେଳେ ପୁଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି। ଚିକିତ୍ସା ପରେ ଅଭିଯୁକ୍ତକୁ କୋର୍ଟଚାଲାଣ କରାଯିବା ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।


