ନୂଆଦିଲ୍ଲୀ: ବରିଷ୍ଠ ନେତା ଦେବାଶିଷ ସାମନ୍ତରାୟ ବିଜେପିରେ ସାମିଲ୍ ହୋଇଛନ୍ତି । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପଦ୍ମ ଧରିଛନ୍ତି ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ଉପସ୍ଥିତିରେ ବିଜେପିରେ ମିଶିଛନ୍ତି ।
ବିଜେପିରେ ଯୋଗ ଦେବା ପରେ ଦେବାଶିଷ ସାମନ୍ତରାୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଦେବାଶିଷ କହିଛନ୍ତି, “ବିକଶିତ ଭାରତ ପାଇଁ ପ୍ରଧାନମନ୍ତ୍ରୀ ଦେଖିଥିବା ସ୍ଵପ୍ନ, ତାଙ୍କ କାର୍ଯ୍ୟକଳାପରେ ପ୍ରଭାବିତ ହୋଇ ଦଳରେ ଯୋଗ ଦେଇଛି । ଓଡ଼ିଶାରେ ଦଳକୁ ଆହୁରି ମଜଭୁତ୍ କରିବାକୁ ଚେଷ୍ଟା କରିବି ।”
ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିରେ ଏବେ ଓଡ଼ିଶା ବିକଶିତ ହେଉଛି । ପ୍ରଧାନମନ୍ତ୍ରୀ ଦେଖିଥିବା ସ୍ଵପ୍ନରେ ମୋର ସହଯୋଗ ରହିବ । ମୋତେ ଦେଇଥିବା ସୁଯୋଗ ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ସହ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ଦେବାଶିଷ ସାମନ୍ତରାୟ ।
ସୋମବାର ଦେବାଶିଷ ସାମନ୍ତରାୟ ବିଜେଡିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେବା ସହ ରାଜ୍ୟସଭା ସାଂସଦ ପଦ ଛାଡ଼ିଥିଲେ । ବିଜେଡି ଛାଡ଼ିବାର ଦିନକ ପରେ ଦେବାଶିଷ ସାମନ୍ତରାୟ ଦିଲ୍ଲୀରେ ବିଜେପିରେ ସାମିଲ୍ ହୋଇଛନ୍ତି ।

