14 Aug 2026, Fri

ଓଡ଼ିଶାର ବରିଷ୍ଠ ରାଜନୀତିଜ୍ଞ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ

ଭୁବନେଶ୍ୱର : ଓଡ଼ିଶାର ବରିଷ୍ଠ ରାଜନୀତିଜ୍ଞ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ଆଜି ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ସୁଶାନ୍ତ ସିଂହ ଦୀର୍ଘଦିନ ଧରି ଗୁରୁତର ଅସୁସ୍ଥତାରେ ପୀଡ଼ିତ ଥିଲେ। କିଛିଦିନ ପୂର୍ବରୁ ତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଥିଲା, କିନ୍ତୁ ଆଜି ସକାଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଆହୁରି ଖରାପ ହୋଇଥିଲା ଏବଂ ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ତ୍ୱେ ତାଙ୍କୁ ବଞ୍ଚାଇ ପାରିଲେ ନାହିଁ।

Leave a Reply

Your email address will not be published. Required fields are marked *