ସମ୍ବଲପୁର : ରାଜ୍ୟ ସାରା ପ୍ରବଳ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର ୪ ଜିଲ୍ଲାର ସବୁ ସରକାରୀ, ବେସରକାରୀ ସ୍କୁଲ୍ ଓ ଅଙ୍ଗନବାଡିକୁ ଛୁଟି ଘୋଷଣା କରାଯାଇଥିବା ଜଣାଯାଇଛି। ଭଦ୍ରକ, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ୨୮ ତାରିଖ ପାଇଁ ଛୁଟି ଘୋଷଣା କରାଯାଇଛି। ଏନେଇ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଏଭଳି ସତର୍କତାମୂଳକ ପଦକ୍ଷେପ ନିଅାଯାଇଛି।
ସୂଚନାଯୋଗ୍ୟ, ଗତକାଲି ମୟୂରଭଞ୍ଜ, ସୁବର୍ଣ୍ଣପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ଛୁଟି ଘୋଷଣା କରାଯାଇଥିଲା। ଏନେଇ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ନିର୍ଦ୍ଦେଶନାମା ଜାରି କରିଥିଲେ। ପିଲାମାନଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଏଭଳି ସତର୍କତାମୂଳକ ପଦକ୍ଷେପ ନିଅାଯାଇଥିଲା।

