14 Aug 2026, Fri

ଆଜିଠୁ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ, ମୟୂରଭଞ୍ଜ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ, ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, : ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ବର୍ଷା ହୋଇପାରେ । ୭ ତାରିଖରେ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ୮, ୯ ଓ ୧୦ ତାରିଖରେ ବି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

​​​​​​​ଗତ ୨୪ ଘଣ୍ଟାରେ ତାଳଚେରରେ ୮୦ ମିମି ବର୍ଷା ରେକର୍ଡ ହୋଇଛି । ରାଉରକେଲାରେ ୫୯, ଅନୁଗୁଳରେ ୫୧ମିମି, ଭଦ୍ରକରେ ୪୭.୮, ସୁନ୍ଦରଗଡ଼ରେ ୪୩, ଟିଟିଲାଗଡ଼ରେ ୩୫, ଝାରସୁଗୁଡ଼ାରେ ୨୮.୧, ଦେବଗଡ଼ରେ ୨୬.୪, ଭୁବନେଶ୍ୱରରେ ୧୮.୪, ଦାରିଙ୍ଗବାଡ଼ିରେ ୧୪ ମିମି ବର୍ଷା ରେକର୍ଡ ହୋଇଛି । ବୁଧବାର ସନ୍ଧ୍ୟା ଭିତରେ ସୁନ୍ଦରଗଡ଼ରେ ୨୩.୮, ବଲାଙ୍ଗୀରରେ ୧୭.୩ମିମି ବର୍ଷା ହୋଇଛି ।

Leave a Reply

Your email address will not be published. Required fields are marked *